କୋରାପୁଟ: ସାଧାରଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା । ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିହସରେ କୋରାପୁଟ ଜିଲ୍ଲାରେ ଆମିଷ ବିକ୍ରି ଉପରେ ଜିଲ୍ଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଶୁକ୍ରବାର ଏ ସମ୍ପର୍କରେ ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀମାନଙ୍କୁ ଚିଠି କରି ଏହା କଡାକଡି ଭାବେ ରୂପାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜାନୁଆରୀ ୨୬ ସୋମବାର ଦିନ ଜିଲ୍ଲାର ସବୁ ଅଞ୍ଚଳରେ ଯେପରି ଛେଳି ମାଂସ, କୁକୁଡା, ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ଆମିଷ ଜାତୀୟ ଖାଦ୍ୟ ବିକ୍ରି ନହୁଏ ସେଥିପ୍ରତି କଡା ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି ।










