28.1 C
Bhubaneswar
Saturday, April 27, 2024
Homeଓଡିଶାଓଡ଼ିଶାରେ ଶାହା

ଓଡ଼ିଶାରେ ଶାହା

ଭୁବନେଶ୍ବର : ଭାରତର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବରରେ ପହଞ୍ଚି ସାରିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛନ୍ତି ।
ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ବିଧାୟକ, ସାଂସଦ, ପଦାଧିକାରୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା । ସେମାନଙ୍କ ବ୍ୟତୀତ ରାଜ୍ୟ ସଭାପତି ସମୀର ମହାନ୍ତି ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଶାହାଙ୍କ ସ୍ୱାଗତ ନିମନ୍ତେ ଉପସ୍ଥିତ ଥିଲେ ।
ଲୋକସେବା ଭବନର ସମ୍ମେଳନ କକ୍ଷରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିହାରର ମୁଖ୍ୟମନ୍ତ୍ରୀ ନିତିଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପହଞ୍ଚି ସାରିଛନ୍ତି । ତେବେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଙ୍କ ବଦଳରେ ରାଜ୍ୟର ଅର୍ଥମନ୍ତ୍ରୀ ରାମେଶ୍ବର ଓରାଁ ପହଞ୍ଚିଛନ୍ତି । ବିହାର, ଝାଡ଼ଖଣ୍ଡ, ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ନେଇ ଗଠିତ ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକ ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି । ଲୋକସେବା ଭବନର ସମ୍ମେଳନ କକ୍ଷରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏକାଠି ବସି ଆଲୋଚନା କରିବେ । ଏହି ପରିଷଦରେ ନବୀନ ଉପାଧ୍ୟକ୍ଷ ଅଛନ୍ତି । ସେହିପରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ୱାସ ମଧ୍ୟ ଓଡ଼ିଶା ଆସିଛନ୍ତି ।
ଏହି ବୈଠକ ଅପରାହ୍ନ ୨ଟା ଯାଏ ଚାଲିବ । ୨ଟା ୩୦ରୁ ଅପରାହ୍ଣ ୪ଟା ଯାଏ ଶାହା ଜନତା ମଇଦାନରେ CAA ସମର୍ଥନରେ ସଭା କରିବେ । ଏହାପରେ ସନ୍ଧ୍ୟା ୬ଟାରୁ ୭ଟା ୩୦ ମଧ୍ୟରେ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିବେ । ଏହି ବୈଠକରେ ସବୁ ବିଧାୟକ, ସବୁ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଜିଲ୍ଲା ସଭାପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହିବେ । ଏଥିରେ ସାଂଗଠନିକ ସ୍ଥିତି ଓ ଆଗାମୀ ରଣନୀତି ଉପରେ ଆଲୋଚନା ହେବ । ଆସନ୍ତା କାଲି ଶ୍ରୀଜଗନ୍ନାଥ ଓ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଅମିତ ଶାହ ଦିଲ୍ଲୀ ଫେରିଯିବେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking