32.8 C
Bhubaneswar
Tuesday, April 16, 2024
Homeଓଡିଶାଶ୍ରୀଜିଉଙ୍କ ଦର୍ଶନ ପରେ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ଶାହ

ଶ୍ରୀଜିଉଙ୍କ ଦର୍ଶନ ପରେ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ଶାହ

ପୁରୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଜି ଓଡ଼ିଶାରେ ଦ୍ୱିତୀୟ ଦିନ । ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଶାହଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନିଆଯାଇଥିଲା । ସିଂହଦ୍ୱାର ସମ୍ମୁଖରେ ରେଡ୍ କାର୍ପେଟ ବିଛାଯିବା ସହ ବ୍ୟାପକ ପୁଲିସ୍ ମୁତୟନ କରାଯାଇଥିଲା । ଶାହଙ୍କ ସହ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ମୁଖପାତ୍ର ସମ୍ବିତ ପାତ୍ର ଏବଂ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବିଜେପି ରାଜ୍ୟ ପ୍ରଭାରୀ ତଥା ରାଜ୍ୟସଭା ସାଂସଦ ଅରୁଣ ସିଂହ ପ୍ରମୁଖ ଶାହଙ୍କ ସହିତ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।

ପୁରୀ ଗସ୍ତ ଶେଷ ପରେ ଅମିତ ଶାହ ଭୁବନେଶ୍ୱର ଫେରିଆସି ସେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ୧୧ଟାରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ଶାହଙ୍କ ଶ୍ରୀଲିଙ୍ଗରାଜ ଦର୍ଶନ ନିମନ୍ତେ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବନ୍ଦୋବସ୍ତ  କରାଯାଇଛି । ପ୍ରଶାସନ ତରଫରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଉତ୍ତରୀୟ ଦେଇ ସ୍ୱାଗତ କରାଯାଇଛି । ଏହା ପରେ ମନ୍ଦିରର ପୂଜାରୀମାନେ ଶାହଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଛନ୍ତି । ଶାହ ପ୍ରଭୁ ଲିଙ୍ଗରାଜଙ୍କୁ ୧୦୮ ପଦ୍ମଫୁଲ ଦେଇ ପୂଜାର୍ଚ୍ଚନା କରିଛନ୍ତି । ଶାହଙ୍କ ସହିତ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମେତ କିଛି ବରିଷ୍ଠ ବିଜେପି ନେତା ମଧ୍ୟ ଉପସ୍ଥିତ ରହିଛନ୍ତି । ଫେରିବା ବେଳକୁ ଶାହାଙ୍କୁ ମନ୍ଦିର ପ୍ରଶାସନ ତରଫରୁ ଭୋଗ ଦିଆଯିବ । ମହାପ୍ରଭୁଙ୍କ ଦର୍ଶନ ପରେ ଶାହ ମଧ୍ୟାହ୍ନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପହଞ୍ଚିବେ । ଏଥି ସହ ସେ ଦୁଇ ଦିନିଆ ଗସ୍ତ ଶେଷ କରି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

 
 
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking