33.1 C
Bhubaneswar
Friday, February 27, 2026
Homeଓଡିଶାଆସନ୍ତା ମାର୍ଚ୍ଚ ୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଆସନ୍ତା ମାର୍ଚ୍ଚ ୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୫  ତାରିଖରେ କେନ୍ଦ୍ର ଗୃହ ଓ ସମବାୟ  ମନ୍ତ୍ରୀ  ଶ୍ରୀ ଅମିତ୍ ଶାହଙ୍କ ଦୁଇ ଦିନିଆ  ଓଡ଼ିଶା  ଗସ୍ତ ପରିପ୍ରେକ୍ଷୀରେ  ରାଜ୍ୟ ସରକାରଙ୍କ  ପକ୍ଷରୁ ଆଜି ସଂଧ୍ୟାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।  ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଶାହ ମାର୍ଚ୍ଚ ୫  ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ । ୬ ତାରିଖ ପୂର୍ବାହ୍ନରେ  କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।  ଅପରାହ୍ଣରେ  ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ  ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ)  ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର (  ସିଏଫଏସଏଲ),  ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ । ସେଦିନ  ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର  ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମାନ୍ୟବର କେଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ ।  ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର  ବିଶଦ୍  କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି  ଉପରେ ବିସ୍ତୃତ  ଆଲୋଚନା  କରାଯାଇଥିଲା । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ  ପାରସ୍ପରିକ  ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ  ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ  ସମସ୍ତ ପ୍ରକାର ପ୍ରସ୍ତୁତି  ନିଶ୍ଚିତ କରାଯିବାକୁ   ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏହି ପରିପ୍ରେକ୍ଷୀରେ ବିଭନ୍ନ ପ୍ରସ୍ତୁତି ନେଇ  ସୂଚନା ଦେଇଥିଲେ ।  ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ  ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ,  ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସହିତ ସଂପୃକ୍ତ  ବିଭିନ୍ନ ବିଭାଗର ସଚିବ,   ବରିଷ୍ଠ ପଦାଧିକାରୀ ଓ  ପୁଲିସ୍ ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲାପାଳ, କଟକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking