36.1 C
Bhubaneswar
Sunday, May 19, 2024
Homeଓଡିଶାକାଳିଆ ହିତାଧିକାରୀଙ୍କୁ  ଅତିରିକ୍ତ ୧୦୦୦

କାଳିଆ ହିତାଧିକାରୀଙ୍କୁ  ଅତିରିକ୍ତ ୧୦୦୦

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ଟଙ୍କାର କୋଭିଡ ସହାୟତା ରାଶି ଘୋଷଣା କରାଯାଇଛି । ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ, ଜନଜାତି ଉପକୃତ ହେବେ । କାଳିଆ ହିତାଧିକାରୀ ଭୂମିହୀନ ଚାଷୀଙ୍କୁ ଅତିରିକ୍ତ ୧ ହଜାର ମିଳିବ । ୧୭ ଲକ୍ଷ ୮୩ ହଜାର ଲେଖାଏଁ ମିଳିବ ।

ପୂର୍ବରୁ , ପଶ୍ଚିମ ଓଡିଶାର 11ଟି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁଣି 25 କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ ସେ କୋଭିଡ ପରିଚାଳନା ପାଇଁ 25 କୋଟି ଟଙ୍କା ଘୋଷଣା କରିଥିଲେ । ସେହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି । ଆଜି ଘୋଷଣା କରିତିବା 25 କୋଟି ଟଙ୍କା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡା, ଝାରସୁଗୁଡା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳ ଜିଲାରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଭେଣ୍ଟିଲେଟର, ଅକ୍ସିଜେନ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି । ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ୱାରା ଏହି ଜିଲ୍ଲା ଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ଦୃଢ ବିଶ୍ୱାସ ପ୍ରକଟ କରି କହିଛନ୍ତି ଯେ ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଖୁବ ଶୀଘ୍ର ଏ ସଂକଟରୁ ମୁକ୍ତ ହେବା । ପଶ୍ଚିମ ଓଡିଶାରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ, ମୁଖ୍ୟମନ୍ତ୍ରୀ ଏହାର ସବୁ ଶ୍ରେୟ ପଶ୍ଚିମ ଓଡିଶାର ଜନସାଧାରଣଙ୍କୁ ଦେଇଛନ୍ତି । ଆଗଧାଡିରେ ରହି କାମ କରୁଥିବା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି ଓ ଆଶାକର୍ମୀ ସମସ୍ତଙ୍କୁ ଶ୍ରେୟ ଦେଇ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ପାଇଁ  ଧନ୍ୟବାଦ ଜଣାଇଛନ୍ତି । ସେହିମାନଙ୍କର ଉଦ୍ୟମ ଏବଂ ଲୋକମାନଙ୍କର ସହଯୋଗରେ ଆଗକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ଆଶାପ୍ରକାଶ କରିଛନ୍ତି ।

ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବାପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଥିଲେ ଯେ ପଶ୍ଚିମ ଓଡିଶା ବିକାଶ ପରିଷଦ ଯେପରି ଅଧିକ ବିକାଶ କାମ କାର୍ଯ୍ୟକାରୀ କରିପାରିବ, ସେଥିପାଇଁ ଅଧିକ ପାଣ୍ଠି ଦିଆଯାଉଛି ।  ବିକାଶ ପରିଷଦ ଏହାର ଦାୟିତ୍ୱ ସଫଳ ଭାବରେ ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି । ଅପରପକ୍ଷେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ଏହି ଅର୍ଥ ରାଶି ଘୋଷଣା କରିଥିବାରୁ, ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ଧନ୍ୟବାଦ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking