21.1 C
Bhubaneswar
Thursday, December 11, 2025
Homeଓଡିଶାମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି  ସମବେଦନା ଜଣାଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking