33.1 C
Bhubaneswar
Friday, May 3, 2024
Homeଓଡିଶାଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସ୍ଥିତ ମୁଣ୍ଡେଇଲୋ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ଏହି ଘଟଣା ପରେ ସ୍ଥାନୀୟ ଲୋକ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି । ସୂଚନା ଅନୁସାରେ, ବୃଦ୍ଧ ଜଣଙ୍କ ସାଇକେଲ ଯୋଗେ ଝିଅ ଘରୁ ଫେରୁଥିବା ସମୟରେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସ୍ଥିତ ମୁଣ୍ଡେଇଲୋ ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଗାଡି ଧକ୍କାରେ ହିଁ ଘଟଣାସ୍ଥଳରେ ବୃଦ୍ଧଙ୍କର ମୃତ୍ୟୁ ହୋଇଯାଇଥିଲା । ମୃତ ବୃଦ୍ଧଙ୍କର ପରିଚୟ ମିଳିଛି ବୋଲି ସୂଚନା ମିଳିଛି । ବୃଦ୍ଧଙ୍କ ମୃତ୍ୟୁ ପରେ ସ୍ଥାନୀୟ ଲୋକ ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ଖବର ପାଇ, ପରଜଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହିତ ଘଟଣାର ଯାଞ୍ଚ କରିଥିଲା । ଏହି ଘଟଣା ପରେ ପରିବାରରେ ଶୋକର ଛାୟା ଖେଳି ଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking