31.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗଚାକିରିରୁ ବିଦା ହେଲେ ବୀରମିତ୍ରପୁର ଥାନା ଅଧିକାରୀ

ଚାକିରିରୁ ବିଦା ହେଲେ ବୀରମିତ୍ରପୁର ଥାନା ଅଧିକାରୀ

ଭୁବନେଶ୍ୱର : ଶେଷରେ ଚାକିରିରୁ ସବୁଦିନ ପାଇଁ ବିଦା ହେଲେ ବହୁଚର୍ଚ୍ଚିତ ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଥାନା ଅଧିକାରୀ ଆନନ୍ଦ ମାଝୀ । ଓଡ଼ିଶା ପୁଲିସ୍ ମହାନିର୍ଦେଶକ ଅଭୟ ଆଜି ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ।
ମାର୍ଚ୍ଚ ୨୫ ତାରିଖରେ ଉଦ୍ଧାର ହୋଇଥିବା ନାବାଳିକା ଜଣଙ୍କ ଅଢେଇ ମାସର ଗର୍ଭବତୀ ଥିବା ବେଳେ ଅଭିଯୁକ୍ତ ଥାନା ଅଧିକାରୀ ଆନନ୍ଦ ମାଝୀଙ୍କ ନିର୍ଦେଶକ୍ରମେ ବୀରମିତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଗର୍ଭପାତ କରାଯାଇଥିଲା । ସେଠାରେ ନାବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ଅଣାଯାଇଥିଲା । ଆଉ ସେଠାରେ ହିଁ ସତ ସାମ୍ନାକୁ ଆସିଥିଲା । ଏହି ଘଟଣାକୁ ନେଇ ପୁଲିସ୍ ମହାନିର୍ଦେଶକ ଅଭୟ ମାମଲାର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦେଇଥିଲେ । ଆଉ ପ୍ରଥମେ ନିଲମ୍ବନ ପରେ ଆଜି ଶ୍ରୀ ମାଝୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking