34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ପୁଣି ଆଉ ଜଣେ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ରାଜ୍ୟରେ ପୁଣି ଆଉ ଜଣେ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ରୋଗି ଚିହ୍ନଟ । ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୫୩ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଯୋଗ୍ୟ, ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ଓ ଜଣେ ଖୋର୍ଦ୍ଧା ଜିଲ୍ଲା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ବାଲେଶ୍ୱର ଜିଲ୍ଲାର ଚିହ୍ନଟ ହୋଇଥିଲେ । ବତ୍ତର୍ମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ସୁସ୍ଥ ଅଛନ୍ତି ୬୦ଜଣ । ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୧୧୭ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତିି ।
https://onakhabar.com/2020/05/06/one-more-corona-positive-identified-from-baleswar-2/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking