29.4 C
Bhubaneswar
Monday, May 19, 2025
Homeଓଡିଶାପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ

ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ

ନବରଙ୍ଗପୁର: ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ବାବୁ। ଆଜି ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ଓ ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଥିବାର ସୂଚନା ମିଳିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଥିବା ଜଣାଯାଇଛି। ଏହି ଚଢ଼ଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି।

ଏଥିରେ ୨ ଜଣ ଅତିରିକ୍ତ ଏସପି, ୭ ଡିଏସପି ଓ ୮ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। ଉଲ୍ଲେଖଯୋଗ୍ୟ, ପ୍ରଶାନ୍ତ କୁମାର ରାଉତଙ୍କ ନାମରେ ଦୁର୍ନୀତି ଅଭିଯୋଗ ହୋଇଆସୁଥିଲା। ଆଗରୁ ସେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାରେ ଥିବା ବେଳେ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ବିଶ୍ରା ବ୍ଲକରେ ବିଡିଓ ଭାବେ କାର୍ଯ୍ୟ କରୁଥିବା ସମୟରେ ବିରିପାଣି ପଞ୍ଚାୟତର ଜଣେ ଅଧିକାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking