28.1 C
Bhubaneswar
Wednesday, January 22, 2025
Homeଦେଶ ବିଦେଶପୁଣି ଦେଶରେ ୨୪ ଘଣ୍ଟାରେ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୨ଜଣ ମୃତ

ପୁଣି ଦେଶରେ ୨୪ ଘଣ୍ଟାରେ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ୧୨ଜଣ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୬୧ଜଣ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛି ଓ ସମଗ୍ର ଦେଶରେ ୧୨ଜଣ କୋଭିଡ୍‌ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ସେହିପରି, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୩୪କୁ ହ୍ରାସ ପାଇଛି। ଗୁରୁବାରଠାରୁ ଆଜିର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ କମ୍‌ ଅଛି। କିନ୍ତୁ, ୧୨ଜଣଙ୍କର ମୃତ୍ୟୁ ଘଟିବାରୁ ଦେଶରେ କୋଭିଡ୍‌ଜନିତ ସମୁଦାୟ ମୃତ୍ୟୁସଂଖ୍ୟା ୫,୩୩,୩୮୫କୁ ବୃଦ୍ଧି ପାଇଛି।ଏଥିରୁ କେରଳରେ ୫ଜଣ, କର୍ଣ୍ଣାଟକରେ ୪ଜଣ, ମହାରାଷ୍ଟ୍ରରେ ୨ଜଣ ଓ ଉତ୍ତର ପ୍ରଦେଶରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୮୩୮ଜଣଙ୍କୁ ମିଶାଇ ଜାନୁଆରି ୫ ତାରିଖ ସୁଦ୍ଧା ସମୁଦାୟ ୪,୪୪,୭୮,୮୮୫ଜଣ ଭାରତୀୟ କୋଭିଡ୍‌-୧୯ରୁ ସୁସ୍ଥ ହୋଇଛନ୍ତି। ଏହାବ୍ୟତିରେକେ, ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୪,୫୦,୧୬,୬୦୪କୁ ବୃଦ୍ଧି ପାଇଛି। ସୂଚନା ଅନୁଯାୟୀ, କେରଳ ଓ କର୍ଣ୍ଣାଟକରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି। କେରଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪୯କୁ ହ୍ରାସ ପାଇଥିବା ବେଳେ କର୍ଣ୍ଣାଟକରେ ୬୫ଟି ନୂଆ ମାମଲା ରିପୋର୍ଟ କରାଯିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪୦କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking