30.1 C
Bhubaneswar
Friday, April 26, 2024
Homeକରୋନାପୁଣି ୪ ହଜାର ଉପରେ ଦେଶର ଦୈନିକ କୋଭିଡ୍-୧୯ ସଂକ୍ରମଣ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୧...

ପୁଣି ୪ ହଜାର ଉପରେ ଦେଶର ଦୈନିକ କୋଭିଡ୍-୧୯ ସଂକ୍ରମଣ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ତଳେ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୪ ହଜାର ଟପିଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୧ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୩,୩୬୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୬୧୧ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୬ ଜଣଙ୍କ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୧୩,୯୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୨% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୫୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୯%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking