ଭୁବନେଶ୍ୱର: ପୁଣି ଇସ୍କନର ଅଦିନିଆ ରଥଯାତ୍ରା । ମଧୁବନ ଆଶ୍ରମ ରିଷିକେଷ ଦ୍ୱାରା ଆୟୋଜିତ ୨୮ତମ ଶ୍ରୀଜଗନ୍ନାଥ ରଥଯାତ୍ରା ସମ୍ପର୍ଣ୍ଣ କରିଛି ଇସ୍କନ । ଚଳିତମାସ ଅକ୍ଟୋବର ୭ ତାରିଖ ମଙ୍ଗଳବାର ଦିନ ଏଭଳି ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ମଧୁବନ ଆଶ୍ରମ ଠାରୁ ବାହାରି ତ୍ରୀବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱରା ଶ୍ରୀ ଗୁରୁ ସିଂ ସଭା ରେଳୱ ରୋଡରେ ଏହି ଅଦିନିଆ ରଥଯାତ୍ରା ଶେଷ ହୋଇଛି । ବିଧି ପରମ୍ପରା ଭାଙ୍ଗି ଇସ୍କନ ବାରମ୍ବାର ଅଦିନିଆ ରଥଯାତ୍ରା କରୁଛି । ରଥଯାତ୍ରାରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଏକ ଚାରିଚକିଆ ଗାଡିରେ ବସି ଯାଉଥିବା ଦେଖିବାକୁ ମିଳିଛି ।ଅନ୍ୟପଟେ ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗରେ ଗତମାସ ଅର୍ଥାତ ସେପ୍ଟେମ୍ବର ୬ ତାରିଖରେ ଗଜପତିଙ୍କ ମହାରାଜାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଥିଲା ।










