34.8 C
Bhubaneswar
Saturday, May 24, 2025
Homeଦେଶ ବିଦେଶପୁଣି କମିଲା ସୁନା ଦର

ପୁଣି କମିଲା ସୁନା ଦର

ନୂଆଦିଲ୍ଲୀ: ଯଦି ଆପଣ ସୁନା ଓ ରୂପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଖୁସି ଖବର । ବିଶ୍ୱ ବଜାରରୁ ମିଳିଥିବା ସଙ୍କେତ ମଧ୍ୟରେ ଗୁରୁବାର ଦିନ ସୁନା ଓ ରୂପା ମୂଲ୍ୟ ପୁଣି ହ୍ରାସ ପାଇଛି । ଆଜି ଭାରତରେ ସୁନା ମୂଲ୍ୟରେ ୨୫୦ ଟଙ୍କା ହ୍ରାସ ପାଇଛି। ଗୁରୁବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ୫୦,୧୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୬୦ ଟଙ୍କା ରହିଛି। ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୬,୬୪୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ସୁନା ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା। ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୧,୭୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୫୦ ଟଙ୍କା ଅଛି। ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୮୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ରହିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୨୧୦ ଟଙ୍କା ହ୍ରାସ ପାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking