23.1 C
Bhubaneswar
Sunday, March 22, 2026
Homeଓଡିଶାପୁଣି ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁଣି ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଭୁବନେଶ୍ୱର : ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ। ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେବ ଖାଲି ସିନ୍ଦୁକ ଓ ଆଲମିରା। ଏଥିପାଇଁ ଏସଓପି ମୁତାବକ ଦିନ ଗୋଟାଏ ବେଳେ ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ୟ୍ୟ ହୋଇଛି। ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ଜଗମୋହନରୁ ବେହରଣ ଦେଇ ପଶ୍ଚିମଦ୍ୱାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ଏକ ରୁମକୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ଦିନ ଗୋଟାଏରୁ ସ୍ଥାନାନ୍ତର ସରିବା ଯାଏ ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ।ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି।ଏଥିରେ ଥିବା ସମସ୍ତଅଳଙ୍କାର ଖଟ ସେଜଘର ଓ ଚାଙ୍ଗଡା ଘର ନିକଟ ଷ୍ଟ୍ରଙ୍ଗରୁମରେ ରଖାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking