16.1 C
Bhubaneswar
Sunday, December 7, 2025
Homeଓଡିଶାଆନ୍ଧ୍ରମୁହାଁ ଭୀଷଣ ବାତ୍ୟା

ଆନ୍ଧ୍ରମୁହାଁ ଭୀଷଣ ବାତ୍ୟା

ଭୁବନେଶ୍ୱର: ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେବ ଅବପାତର ରୂପ। ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନିଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମାସ ଶେଷ ବେଳକୁ ପୁଣି ଥରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା ‘ମୋନ୍ଥା’।  ୨୭ରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଆଇଏମଡି । ଏହାର ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ତାପରେ ବଳ ଗୋଟାଇ ଉପକୂଳ ମୁହାଁ ହେବ ବାତ୍ୟା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking