ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡ଼ିକୁ ସକାଳ ୭ ଟା ରୁ ୯ ଟା ଯାଏଁ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି କରାଯାଇଛି । ଆବଶ୍ୟକସ୍ଥଳେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ନିଜ ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।