31.1 C
Bhubaneswar
Saturday, October 31, 2026
Homeଓଡିଶାପୁଣି ଆସୁଛି ବାତ୍ୟା!

ପୁଣି ଆସୁଛି ବାତ୍ୟା!

ଭୁବନେଶ୍ୱର: ଗୋଟିଏ ବାତ୍ୟାର ଦୁଃଖ ନଯାଉଣୁ ପୁଣି ମାଡ଼ି ଆସୁଛି ଆଉ ଏକ ବାତ୍ୟା । ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ପୁଣି ଏକ ବାତ୍ୟା ସମ୍ଭାବନା ରହିଛି । ବାତ୍ୟା ସୃଷ୍ଟିରେ ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨ ତାରିଖ ସନ୍ଧ୍ୟାବେଳକୁ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱର୍ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୬ ରୁ ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂ ହେବା ସହ ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆନ୍ଧ୍ର ଉପକୂଳ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking