40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍‌ଡାଉନ୍ କଟକଣା ଘୋଷଣା

ଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍‌ଡାଉନ୍ କଟକଣା ଘୋଷଣା

ଗଞ୍ଜାମ : ଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍‌ଡାଉନ୍ କଟକଣା ଘୋଷଣା କରାଯାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି । । ଲକ୍‌ଡାଉନ୍ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। କିନ୍ତୁ ବସ୍, କାର, ଅଟୋ ଚଳାଚଳ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ। ସେହିପରି ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ ଶନିବାର ଓ ରବିବାର ପୂର୍ବ ଘୋଷଣା ଅନୁସାରେ ସଟ୍‌ଡାଉନ୍‌‌ ରହିବ। ଏହାସହ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ। ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
https://onakhabar.com/2020/06/14/again-death-corona-positive-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking