30.1 C
Bhubaneswar
Wednesday, March 25, 2026
Homeଓଡିଶାପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ପାଇଁ ଘରୁ ବାହାରିବା ଏବଂ ଯାତାୟତରେ ଅସୁବିଧା ପରିଲକ୍ଷିତ ହୋଇଛି। ଏନେଇ ସ୍କୁଲ ଛୁଟି ଘୋଷଣା ହୋଇଛି। ଦିନକ ପାଇଁ ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ସୂଚନା ଦେଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଧ୍ୟମଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ।  ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking