28.1 C
Bhubaneswar
Sunday, June 23, 2024
Homeଦେଶ ବିଦେଶକେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା

କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା

ନୂଆଦିଲ୍ଲୀ : କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରଦାନ କରାଯାଉଥିବା ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍‌‌ ଏବଂ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଏଥର ଦୁଇ ଓଡ଼ିଆ ଗାଳ୍ପିକଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ଚୟନ କରାଯାଇଛି। ସେମାନେ ହେଲେ ସଞ୍ଜୟ ପଣ୍ଡା ଏବଂ ମାନସ ରଞ୍ଜନ ସାମଲ। ସଞ୍ଜୟ ପଣ୍ଡାଙ୍କୁ ଗଳ୍ପ ପୁସ୍ତକ ‘ହୁ ବାଇଆ’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରଦାନ କରାଯିବ। ସେହିପରି ମାନସ ରଞ୍ଜନ ସାମଲଙ୍କୁ ବାଲ୍‌‌ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ଗଳ୍ପ ପୁସ୍ତକ ‘ଗପ କଳିକା’ ପାଇଁ ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି। ୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୪ଟି ଭାଷାରେ ୨୪ ଜଣ ଲେଖକଙ୍କୁ ବାଲ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ଓଡ଼ିଆ ଭାଷା ପାଇଁ ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ପାଇବେ ଚଳିତ ୨୦୨୪ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ ସାହିତ୍ୟ ପୁରସ୍କାର। ସେ ତାଙ୍କ ପୁସ୍ତକ ‘ଗପ କଳିକା’ ପାଇଁ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଏକ ଚେକ୍ ମଳିବି। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପରବର୍ତ୍ତୀ ସମୟରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯିବ। ସେହିପରି ୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୩ଟି ଭାଷାରେ ୨୩ ଜଣ ଲେଖକଙ୍କୁ ଯୁବ ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ଓଡ଼ିଆ ଭାଷା ପାଇଁ ଯୁବ କଥାକାର ସଞ୍ଜୟ କୁମାର ପଣ୍ଡା ପାଇବେ ଚଳିତ ୨୦୨୪ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର। ସେ ତାଙ୍କ ପୁସ୍ତକ ‘ହୁ ବାଇଆ’ ପାଇଁ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଏକ ଚେକ୍ ମଳିବି। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପରବର୍ତ୍ତୀ ସମୟରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯିବ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking