31.1 C
Bhubaneswar
Monday, March 30, 2026
Homeଦେଶ ବିଦେଶଚେନ୍ନାଇରେ ସ୍କୁଲ-କଲେଜ ଛୁଟି ଘୋଷଣା

ଚେନ୍ନାଇରେ ସ୍କୁଲ-କଲେଜ ଛୁଟି ଘୋଷଣା

ଚେନ୍ନାଇ : ଦେଶରେ ଗୋଟିଏ ପଟେ ଶୀତର ଆଗମନ ହେଉଥିବା ବେଳେ ଅନ୍ୟ ପଟେ ଦାଉ ସାଧୁଛି ବର୍ଷା। ଚେନ୍ନାଇରେ ଜାରି ରହିଛି ପ୍ରବଳ ଝଡ଼ ବର୍ଷା। ଫଳରେ ଅନେକ ଜିଲ୍ଲାରେ ଜଳସ୍ତର ବଦ୍ଧି ପାଇଛି। ପ୍ରବଳରୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ-କଲେଜ ଛୁଟି ଘୋଷଣା ହୋଇଛି। ଚେନ୍ନାଇ, ତିରୁଭାଲୁର, କାଞ୍ଚିପୁରମ ଏବଂ ଚେଙ୍ଗଲପଟ୍ଟୁ ଜିଲ୍ଲାରେ ଆଜି ସ୍କୁଲ-କଲେଜ ଛୁଟି ରହିବ।

ଏଥିସହ ଆଇଟି କମ୍ପାନୀ ଗୁଡ଼ିକୁ ସେମାନଙ୍କ କର୍ମଚାରୀଙ୍କୁ ଆସନ୍ତା ୧୮ ତାରିଖ ଯାଏ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍। ତାମିଲନାଡୁର ଅନେକ ଜିଲ୍ଲାରେ ଗତ ୨୪ ଘଣ୍ଟା ହେବ ଦିନସାରା ବର୍ଷା ହେଉଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ତାମିଲନାଡୁର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷ କରି ଉତ୍ତର ତାମିଲନାଡୁରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking