ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ଦେଶରେ ଆଉ ୧୨ ଇଣ୍ଡଷ୍ଟ୍ରିିଆଲ ପାର୍କ ପ୍ରତିଷ୍ଠା ହେବ । ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ । ପିପିିପି ମୋଡ୍ରେ ନିର୍ମାଣ ହେବ ରେଣ୍ଟାଲ ହାଉସ୍ଂ ବ୍ୟବସ୍ଥା । ଡର୍ମିଟୋରୀ ବ୍ୟବସ୍ଥା ରହିବ, ସୁବିଧାରେ ରହିପାରିବେ ଶ୍ରମିକ ।