ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି।ରାଜ୍ୟରେ ୨୨ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୭୧କୁ ବୃଦ୍ଧି ପାଇଛି। ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ମୃତ୍ୟୁ ଘଟିଛି।
ଅପରପକ୍ଷରେ କଟକ ଓ ସୁନ୍ଦରଗଡ଼ ଜିଲ୍ଲାର ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏଣେ କେନ୍ଦୁଝର ଜିଲ୍ଲାର ଦୁଇ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି।ତେଣେ ବାଲେଶ୍ବର, ଜଗତସିଂହପୁର, ଗଞ୍ଜାମ, ସୋନପୁର, ନୟାଗଡ଼, ନବରଙ୍ଗପୁର ଓ ବୌଦ୍ଧ ଜିଲ୍ଲାର ୨ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଆଜିର କୋଭିଡ ସୂଚନା ଅନୁଯାୟୀ ୧୩ ଜଣ ମହିଳା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏମାନଙ୍କ ଭିତରେ ସୋନପୁରର ଜଣେ ୮ ବର୍ଷୀୟା ନାବାଳିକା ଥିବା ଜଣାଯାଇଛି।