ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା କାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ ରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।