27.1 C
Bhubaneswar
Saturday, June 22, 2024
Homeଓଡିଶାଆହୁରି ୪ ଦିନ ତାତିରୁ ମିଳିବନି ନିସ୍ତାର

ଆହୁରି ୪ ଦିନ ତାତିରୁ ମିଳିବନି ନିସ୍ତାର

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁଥିଲେ ବି ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଉପକୂଳରେ ମଧ୍ୟ ଲାଗି ରହିଛି ଅସହ୍ୟ ଗୁଳୁଗୁଳି । ଆହୁରି ୪ ଦିନ ପର୍ୟ୍ୟନ୍ତ ତାତିରୁ ନିସ୍ତାର ମିଳିବାର ସମ୍ଭାବନା ନଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାର ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ । ଗରମ, ଗୁଳୁଗୁଳି ଭିତରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି । ସେପଟେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ପହଞ୍ଚିିବା ପରେ ଆଗାମୀ ୨୪ ଘଣ୍ଟା ଭିତରେ ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକରେୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ବାକି ଜିଲ୍ଲା ସହ ରାଜ୍ୟର ଅନ୍ୟ ସ୍ଥାନରେ ମୌସୁମୀ ଅଗ୍ରସର ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking