33.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୦୮ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୫୦୮ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଆଜି କରୋନା ଭାଇରସ୍‌ ମହାମାରୀରୁ ୫୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ସର୍ବାଧିକ ୨୪୧ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୨୫୦ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ମୟୁରଭଞ୍ଜରୁ ୨୯, କେନ୍ଦ୍ରାପଡ଼ାରୁ ୨୬, ବାଲେଶ୍ୱରରୁ ୧୯, ଜଗତସିଂହପୁର, ଯାଜପୁରରୁ ୧୪-୧୪, ପୁରୀରୁ ୧୧, ସମ୍ବଲପୁର, ସୁନ୍ଦରଗଡ଼ରୁ ୧୦-୧୦ ଓ ଭଦ୍ରକ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି କେରାପୁଟ, ମାଲକାନଗିରିରୁ ୨-୨, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ଓ ଷ୍ଟେଟ୍‌ପୁଲ୍‌ରୁ ୫୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking