30.1 C
Bhubaneswar
Monday, May 6, 2024
Homeଓଡିଶାରାଜ୍ୟରେ କରୋନାରେ ପୁଣି ଏକ ଶିଶୁ କନ୍ୟାର ମୃତ୍ୟୁ

ରାଜ୍ୟରେ କରୋନାରେ ପୁଣି ଏକ ଶିଶୁ କନ୍ୟାର ମୃତ୍ୟୁ

ଭୁବନେଶ୍ୱର : କରୋନାରେ ପୁଣି ଏକ ଶିଶୁ କନ୍ୟାର ମୃତ୍ୟୁ ହୋଇଛି । ମୃତ ଶିଶୁ କନ୍ୟା ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ମୃତ ଶିଶୁ କନ୍ୟାର ବୟସ ୨ମାସ ବୋଲି ଜଣାପଡ଼ିଛି । କରୋନାରେ ଶିଶୁ କନ୍ୟାର ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଶିଶୁ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି। ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଜି ପୁଣି ୬୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ଜଣ ଚିହ୍ନଟ ହେବା ସହ ୧୧୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ କଟକ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking