27.1 C
Bhubaneswar
Thursday, March 5, 2026
Homeଓଡିଶାଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି। ଆଜି ପାଇଁ ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ନବରଙ୍ଗପୁର, ବରଗଡ, କେନ୍ଦୁଝର ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ରାଜ୍ୟକୁ ସ୍ୱାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ ବର୍ଷା। ବର୍ଷା ବଢିବା ସାଙ୍ଗକୁ ନିଅଣ୍ଟିଆ ବର୍ଷାର ଭରଣା ହେଉଛି। ବିଗତ ଦିନରେ କୋରାପୁଟ, ନୂଆପଡା, ବୌଦ୍ଧ ଓ ସୋନପୁର ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି। ପୁରୀ ସମେତ କେନ୍ଦ୍ରାପଡ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଜିଲ୍ଲାରେ ନିଅଣ୍ଟିଆ ସ୍ଥିତି ଜାରି ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking