15.1 C
Bhubaneswar
Saturday, December 20, 2025
Homeଓଡିଶାଆସୁଛି ଆଉ ଏକ ଲଘୁଚାପ: ୧୦ ଯାଏଁ ପ୍ରବଳ ବର୍ଷିବ

ଆସୁଛି ଆଉ ଏକ ଲଘୁଚାପ: ୧୦ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର : ଗାଙ୍ଗେୟ ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ସହିତ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନାନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର ଏବଂ ବଲାଙ୍ଗିର ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାରୁ ସତର୍କ ରହିବାକୁ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷା ଥିବାରୁ ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ଉପୁଜିପାରେ। ରାସ୍ତାର ଉଭୟ ପାର୍ଶ୍ବରେ ପାଣି ଜମା ହେବା ସହିତ ଟ୍ରାଫିକ୍ ଭିଡ଼ ସମ୍ଭାବନା ରହିଛି। ବର୍ଷା ସମୟରେ ଆଗକୁ ଦୃଶ୍ୟମାନ କ୍ଷମତା କମ୍‌ ରହିବ। ସହରାଞ୍ଚଳରେ ଜଳ ନିଷ୍କାସନରେ ସମସ୍ୟା ଉପୁଜିପାରେ। ସତର୍କ ସୂଚନା ଦିଆଯାଇଥିବା ଅଞ୍ଚଳରେ କଚ୍ଚାଘର ଭାଙ୍ଗିବା, ରାସ୍ତା ଧୋଇ ହୋଇଯିବା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ପନିପରିବା ଫସଲ ନଷ୍ଟ ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking