35.1 C
Bhubaneswar
Tuesday, May 21, 2024
Homeଓଡିଶାଅଂଶୁଘାତ ନେଲା ଆଉ ଏକ ଜୀବନ

ଅଂଶୁଘାତ ନେଲା ଆଉ ଏକ ଜୀବନ

ଢେଙ୍କାନାଳ : କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ଜାରିଛି। ତତଲା କଡ଼େଇରେ ଭାଜିହେଉଛନ୍ତି ରାଜ୍ୟବାସୀ। ଆଜି ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲ୍ଲାର। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking