32.1 C
Bhubaneswar
Friday, April 26, 2024
Homeଓଡିଶାପୁଣି ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ

ପୁଣି ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ସତେ ଯେପରି ଘର କରି ରହିଛି । ଗୋଟିଏ ନ ଯାଉଣୁ ପୁଣି ଗୋଟିଏ ଆସିବାକୁ ଦାନା ବାନ୍ଧୁଛି । ଅକ୍ଟୋବର ମାସ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ଚୀନ ସାଗର ପଟୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଲଘୁଚାପ ଆସିପାରେ । ତେବେ ଏହା ଓଡ଼ିଶାକୁ ମୁହାଁଇବ କି ନାହିଁ, କେଉଁ ଦିଗରେ ଗତି କରିବ ସେନେଇ ଏବେଠୁ ଆକଳନ କରିବା ସହଜ ନୁହେଁ ବୋଲି ପାଣିପାଗ ବିଶେଷଜ୍ଞମାନେ ମତ ଦେଇଛନ୍ତି । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ବଙ୍ଗୋପସାଗରରେ ଏକାଧିକ ଲଘୁଚାପ ବଳୟ ସୃଷ୍ଟି ହେବ ।

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବଳୟ ଆସନ୍ତା ୨୯ରେ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ରୂପ ନେଇପାରେ । ଉତ୍ତର ବିହାର ଓ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗ ଉପରେ ଅକ୍ଟୋବର ୪ରେ ଏହା ଅବପାତରେ ପରିଣତ ହୋଇପାରେ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ । ଉତ୍ତର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ୨୯ରୁ ବର୍ଷା ବଢ଼ିବା ସହ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବା ସହ ଅକ୍ଟୋବର ୧ କିମ୍ବା ୨ ତାରିଖରୁ ବର୍ଷା ବଢ଼ିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking