16.1 C
Bhubaneswar
Sunday, December 14, 2025
Homeଓଡିଶାବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଗାମୀ ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ର ବଙ୍ଗୋପସାଗର ବଙ୍ଗୋପସାଗର ଉପରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଅବପାତ ଯୋଗୁଁ ରାଜ୍ୟରେ ଆସନ୍ତା ୫ରୁ ୭ ଦିନ ବର୍ଷା ହେବ । କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହେବାର ମଧ୍ୟ ସତର୍କ ସୂଚନା ଦିଆଯାଇଛି ।

ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଅନୁଭୂତ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ । ଆସନ୍ତାକାଲି ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ । ୨୨ ଓ ୨୩ ତାରିଖରେ ଉପକୂଳବର୍ତ୍ତୀ ଓ ଦକ୍ଷିଣର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ୨୪ ତାରିଖ ବେଳକୁ ବର୍ଷା ବଢିବାର ସମ୍ଭାବନା ରହିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking