ଭୁବନେଶ୍ବର: ଆସନ୍ତାକାଲି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣବଳୟ ସକ୍ରିୟ ରହିଥିବାରୁ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖା ଦେଇଛି। ଏହି ଲଘୁଚାପ ଅଧିକ ଘନୀଭୂତ ହେଲେ ଅଧିକ ବର୍ଷା ହୋଇପାରେ। ତେବେ ବର୍ତ୍ତମାନ ପୂର୍ବ ଦିଗରୁ ରାଜ୍ୟକୁ ପବନ ଆସୁଥିବାରୁ ବଙ୍ଗୋପସାଗରର ଜଳୀୟବାଷ୍ପ ଆସୁଛି। ଏହାର ପ୍ରଭାବରେ ରାଜ୍ୟରେ ୭ ଦିନ ଧରି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳରେ ବର୍ଷାର ବିସ୍ତୃତି ବୃଦ୍ଧି ପାଇବ। ୨୫ ଓ ୨୬ ତାରିଖରେ ବି ବର୍ଷା ହେବ। ୨୮ ତାରିଖ ଯାଏ ରାଜ୍ୟରେ ଏପରି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।










