27.1 C
Bhubaneswar
Saturday, December 6, 2025
Homeଓଡିଶା୩୦ରେ ଆଉ ଏକ ଲଘୁଚାପ

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ବର: ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ୩୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦ ଓ ୧ ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି ।ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ୩୦ରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର ଅର୍ଥାତ ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଭାରି ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୧ ତାରିଖରେ ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନୂଆପଡ଼ା, ରାୟଗଡ଼ା ଓ ପୁରୀରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking