28.1 C
Bhubaneswar
Thursday, March 28, 2024
Homeଓଡିଶା୯ରେ ଆଉ ଏକ ଲଘୁଚାପ

୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ହେବା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ ଯୋଗେଁ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟପଟେ , ଆସନ୍ତା ୭ ତାରିଖରୁ ସାରା ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହ ଶୀତର ପ୍ରକୋପ ବଢ଼ିବ । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ତ୍ତମାନ ପାଗ ମେଘୁଆ ରହିବା ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ନିମ୍ନସ୍ତରରେ ରହୁଛି । ଆଜି ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୫.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଫୁଲବାଣୀରେ ୨୦ ଡିଗ୍ରୀ ରହିଥିଲା । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୫୫.୪ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା, ଛତ୍ରପୁର, କୋରାପୁଟ, ଗୋପାଳପୁରରେ ହାଲୁକା ବର୍ଷା ହୋଇଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking