32.1 C
Bhubaneswar
Thursday, March 26, 2026
Homeଓଡିଶାଆସୁଛି ଆଉ ଏକ ଲଘୁଚାପ, ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା!

ଆସୁଛି ଆଉ ଏକ ଲଘୁଚାପ, ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା!

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ତେବେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସମାନ୍ତରାଳ ଭାବେ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉକ୍ତ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସହିତ ଦିଘା ଦେଇ ଅତିକ୍ରମ କରୁଥିବା ମନ୍‌ସୁନ୍ ଟ୍ରଫ୍ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତାକାଲି ସକାଳ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ ସିଏମ୍‌) ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ସୋନପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ ସିଏମ୍‌) ବର୍ଷା ହେବାର ସମ୍ଭାବନା ଅଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୯ ତାରିଖରେ ସୁନ୍ଦରଗଡ଼,ଝାରସୁଗୁଡ଼ା,ବରଗଡ଼,ସୋନପୁର ଓ ବଲାଙ୍ଗିରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସିଏମ୍‌) ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ୧୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ କରାଯାଇଛି। ୧୨ତାରିଖ ପରେ ବର୍ଷାର ପରିମାଣ କମ୍ ହେବାର ସମ୍ଭାବନା ରହିଥିବା ଜଣାପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking