୨୯ରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ୨୯ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ନ ହେଲେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେଣୁ ଭୟଭୀତ ନ ହେବାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି।

LEAVE A REPLY

Please enter your comment!
Please enter your name here