27.1 C
Bhubaneswar
Thursday, February 12, 2026
Homeଓଡିଶାପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ

ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ

ରାୟଗଡା: ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ। ରାୟଗଡ଼ ବିଷମକଟକ ଅଞ୍ଚଳରେ ଏକ ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଗର୍ଭବତୀ ହେବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ଜାଣିବା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷମ କଟକ ଥାନାରେ ଏତଲା ଦେଇଥିଲେ। ଆବାସିକ ବିଦ୍ୟାଳୟର ଏତଲାକୁ ଆଧାର କରି ବିଷମକଟକ ପୋଲିସ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ବିଷମକଟକ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଦଳ ଆବାସିକ ବିଦ୍ୟାଳୟରେ ରହୁଥିବା ଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ସଂପୃକ୍ତ ଛାତ୍ରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବାରୁ ପରୀକ୍ଷା ପରେ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲା। ଏ ସଂକ୍ରାନ୍ତରେ ସ୍ୱାସ୍ଥ୍ୟ ଚିକିତ୍ସକ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବଗତ କରିଥିଲେ। ଛାତ୍ରୀ ଜଣକ ଗର୍ଭବତୀ ଥିବା ନେଇ ବିଭାଗୀୟ କତୃପକ୍ଷଙ୍କୁ ମଧ୍ୟ ଅବଗତ କରିଥିଲେ। ପୋଲିସ୍ ପୀଡିତା ଛାତ୍ରୀଙ୍କୁ ପଚରା ଉଚରା କରି ଛାତ୍ରୀଙ୍କ ଜଣେ ସମ୍ପର୍କୀୟଙ୍କୁ ଅଟକ ରଖି ପଚରାଉଚରା କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking