28.1 C
Bhubaneswar
Friday, March 29, 2024
Homeଓଡିଶାବଡ଼ ଖବର, କରୋନା ନେଲା ଆଉ ଏକ ଜୀବନ, ସଂଖ୍ୟା ପହଂଚିଲା ୫କୁ

ବଡ଼ ଖବର, କରୋନା ନେଲା ଆଉ ଏକ ଜୀବନ, ସଂଖ୍ୟା ପହଂଚିଲା ୫କୁ

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ସବୁଠୁ ବଡ଼ ଖବର ଆସି ପହଂଚିଛି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ କଟକ ଜିଲ୍ଲା ୭୫ବର୍ଷୀୟ ବୃଦ୍ଧ ବୋଲି ଜଣାପଡ଼ିଛି । ରାଜ୍ୟରେ ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟ ପଟେ ରାଜ୍ୟରେ ଆଜି ସକାଳୁ ୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟ, ପୂର୍ବରୁ ୪ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ଦୁଇ ଜଣ ଖୋର୍ଦ୍ଧାର ଓ ୨ଜଣ ଗଞ୍ଜାମ ଜିଲ୍ଲାର ଥିଲେ । ଏହା ସହିତ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking