32.1 C
Bhubaneswar
Thursday, March 26, 2026
Homeଓଡିଶାଅନୁ ଗର୍ଗଙ୍କୁ ତଦନ୍ତ ଦାୟିତ୍ୱ

ଅନୁ ଗର୍ଗଙ୍କୁ ତଦନ୍ତ ଦାୟିତ୍ୱ

ପୁରୀ: ପୁରୀ ଶରଧାବାଲି ଘଟଣାର ହେବ ତଦନ୍ତ । ଉନ୍ନୟନ କମିସନରଙ୍କ ଅଧୀନରେ ତଦନ୍ତ ହେବ । ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଶରଧାବାଲିରେ ରଥ ନିକଟରେ ଦଳାଚକଟା ଘଟି ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା । ଏଥିରେ ୪୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଥିଲା । ମୃତକମାନେ ହେଲେ ବୋଲଗଡ଼ ଅଞ୍ଚଳର ବାସନ୍ତୀ ସାହୁ (୩୬), ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି (୭୮) ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ। ଆହତମାନଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି। ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା। ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା। ଯାହାଫଳରେ ଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଥିଲା। ଠେଲାପେଲାରୁ ବଞ୍ଚିଯାଇଥିବା ଶ୍ରଦ୍ଧାଳୁ କହୁଛନ୍ତି ପ୍ରଚଣ୍ଡ ଅବ୍ୟବସ୍ଥା ମାରିଦେଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking