33.1 C
Bhubaneswar
Wednesday, March 25, 2026
Homeଓଡିଶାଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା। ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ  ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ପଦବୀ ସୃଷ୍ଟି ହେଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି ।  ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଦୁଇଟି  ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking