26.1 C
Bhubaneswar
Friday, March 20, 2026
Homeଓଡିଶାରାଜ୍ୟ କ୍ୟାବିନେଟ୍‌ରେ ୭ଟି ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟ୍‌ରେ ୭ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଲୋକସେବା ଭବନରେ ଶନିବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି।

ସେହିପରି ରାଜ୍ୟ ସରକାର ହାଇକୋର୍ଟର କର୍ମଚାରୀମାନଙ୍କ ପାଇଁ ୫୫୦ଟି ଆବାସିକ ଘର ନିର୍ମାଣ କରିବେ। ଏହାର ନିର୍ମାଣ କାମ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସରକାର ଆଜିର କ୍ୟାବିଟେ୍‌ରେ ଗୋପାଳକ ଓ ଦୁଗ୍ଧଚାଷୀଙ୍କ ବୃହତ୍‌ ସ୍ବାର୍ଥ ପାଇଁ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଦ୍ବାରା ରାଜ୍ୟର ଦୁଗ୍ଧଚାଷୀ ଉପକୃତ ହେବେ।

ଶ୍ରୀ ହରିଚନ୍ଦନ କହିଛନ୍ତି, କାମଧେନୁ ଯୋଜନା ସହିତ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଗୋପାଳନ ପାଇଁ ନୂଆ ଯୋଜନା ଆରମ୍ଭ ହେବ। ଗାଈ ଓ ମଇଁଷି ଚାଷୀଙ୍କ ପାଇଁ କ୍ଷେତ୍ର ପ୍ରସ୍ତୁତ ହେବ। ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking