29.1 C
Bhubaneswar
Friday, July 5, 2024
Homeଓଡିଶାଏପ୍ରିଲ ୮ରେ ପୂର୍ଣ୍ଣ ସୂର୍ଯ୍ୟୋପରାଗ

ଏପ୍ରିଲ ୮ରେ ପୂର୍ଣ୍ଣ ସୂର୍ଯ୍ୟୋପରାଗ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ଏକ ବିରଳ ପୂର୍ଣ୍ଣ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ । ଏହି ମହାଜାଗତିକ ଘଟଣାଟି ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓ ମେକ୍ସିକୋର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବରେ ଦେଖାଯିବ ଓ ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ । ଭାରତୀୟ ସମୟ ରାତି ୯ଟା ୧୨ ମିନିଟରେ ସୂର୍ଯ୍ୟୋପରାଗ ଆରମ୍ଭ ହେଇ, ତା ପରଦିନ ଭୋର ୨ଟା ୨୨ ମିନିଟ ସମୟରେ ଶେଷ ହେବ । ସର୍ବାଧିକ ପରାଗ ରାତି ୧୧ଟା ୪୭ ମିନିଟ ସମୟରେ ଦେଖାଯିବ ବୋଲି ଜ୍ୟୋର୍ତିବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଆମ ସମାଜରେ ଆବାହମାନ କାଳରୁ ଗ୍ରହଣ ଓ ପରାଗକୁ ନେଇ ଅନେକ ବିଶ୍ୱାସ ଓ ଅନ୍ଧବିଶ୍ୱାସ ରହିଛି । ମଣିଷ ଚନ୍ଦ୍ରରେ ପାଦ ଥାପିଲାଣି ଓ ବିଜ୍ଞାନର ଅଗ୍ରଗତି ଫଳରେ ଆମେ ଗ୍ରହଣ ଓ ପରାଗ କାହିଁକି ଓ କିପରି ଘଟେ ତାହା ସଠିକ ଭାବରେ ଜାଣିସାରିଲେଣି ।

ଗ୍ରହଣ ଓ ପରାଗ ଏକ ଛାଇ ଆଲୁଅର ଖେଳ ଯାହା ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀର ଏକ ବିଶେଷ ଅବସ୍ଥିତିରେ ଘଟିଥାଏ । ସୂର୍ଯ୍ୟୋପରାଗ ସମୟରେ ‘ପୃଥିବୀ ଓ ସୂର୍ଯ୍ୟ’ ମଝିରେ ଚନ୍ଦ୍ର ଏକ ସରଳରେଖାରେ ରହିଥାଏ ଓ ଚନ୍ଦ୍ରର ଛାଇ ପୃଥିବୀ ଉପରେ ପଡ଼ିଥାଏ । ସେହି ଅଞ୍ଚଳର ଲୋକମାନେ କିଛି ସମୟ ପାଇଁ ଦିନବେଳେ ସୂର୍ଯ୍ୟକୁ ଦେଖିପାରନ୍ତି ନାହିଁ । ଏହା ରାତିର ଭ୍ରମ ସୃଷ୍ଟି କରିଥାଏ । ତେବେ ସୂର୍ଯ୍ୟ ପରାଗ ତିନି ପ୍ରକାରର: ଆଂଶିକ, ସଂପୂର୍ଣ୍ଣ ଓ ବଳୟ ।ତେବେ ଅନେକ ବର୍ଷ ପରେ ଏପ୍ରିଲ୍ ୮ ତାରିଖର ସୂର୍ଯ୍ୟପରାଗ ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓ ମେକ୍ସିକୋର ଅତ୍ୟନ୍ତ ଜନବହୁଳ ଅଞ୍ଚଳରେ ପୂର୍ଣ୍ଣପରାଗ ଦେଖାଯିବ । ଏକ ଅନୁମାନ ଅନୁସାରେ ଏଥର ପୂର୍ଣ୍ଣପରାଗକୁ ଦେଖିବା ପାଇଁ ଏହି ଅଞ୍ଚଳରେ ୪ କୋଟିରୁ ଅଧିକ ଲୋକ ଚାହିଁ ବସିଛନ୍ତି । ଆଂଶିକ ପରାଗ ଦେଖାଯିବା ଅଞ୍ଚଳରେ ୪୫ କୋଟିରୁ ଅଧିକ ଲୋକ ବସବାସ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking