27.1 C
Bhubaneswar
Tuesday, July 8, 2025
Homeଓଡିଶାଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ

ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ

ଭୁବ‌ନେଶ୍ବର: ୧୪ ମାସ ପରେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ। ଆଜି ସକାଳେ ସେ ଝାରପଡ଼ା ଜେଲରୁ ବାହାରିଛନ୍ତି। ତାଙ୍କୁ ନେବା ଲାଗି ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲକୁ ଆସିଥିଲେ। ଝାରପଡ଼ା ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ କହିଛନ୍ତି ଯେ ସେ କୋର୍ଟଙ୍କ ସମସ୍ତ ନିୟମକୁ ପାଳନ କରିବେ ଏବଂ ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିବେ। ସୂଚନାଯୋଗ୍ୟ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ। ପୂର୍ବରୁ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାର ଦୁଇ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳି ସାରିଥିବା ବେଳେ ଇଡି ମାମଲାରେ ଜାମିନ ମଞ୍ଜୁର ପରେ ଜେଲରୁ ବାହାରିବା ପାଇଁ ତାଙ୍କ ପଥ ପରିଷ୍କାର ହୋଇଥିଲା।

ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ। ଆଇପିସିର ବିଭିନ୍ନ ଦଫା ସହିତ ଆଇଟି ଆକ୍ଟରେ ପୁଲିସ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ଏଥି ସହିତ ଖଣ୍ଡଗିରି ଥାନାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଏତଲା ଆଧାରରେ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ୨୦୨୨, ଅକ୍ଟୋବର ୬ରେ ଅର୍ଚ୍ଚନା ଗିରଫ ହୋଇ ଜେଲ ଯାଇଥିଲେ। ଅର୍ଚ୍ଚନାଙ୍କ ବେଆଇନ କାର୍ଯ୍ୟକଳାପ ଓ କଳାଟଙ୍କା ପ୍ରସଂଗ ସମ୍ମୁଖକୁ ଆସିବା ପରେ ଇଡି ଘଟଣାର ତଦନ୍ତ କରିଥିଲା। ୨୦୨୨, ଡିସେମ୍ବର ୧୩ରେ ଇଡି ଅର୍ଚ୍ଚନାଙ୍କୁ ଗିରଫ କରିଥିଲା। ଅର୍ଚ୍ଚନାଙ୍କ ତରଫରୁ ଆଇନଜୀବ ଜୟଦୀପ ପାଲ ମାମଲା ପରିଚାଳନା କରୁଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking