28.1 C
Bhubaneswar
Sunday, October 6, 2024
Homeଦେଶ ବିଦେଶଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କେନ୍ଦ୍ର କୃଷି ମନ୍ତ୍ରାଳୟ ଦାୟିତ୍ୱ

ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କେନ୍ଦ୍ର କୃଷି ମନ୍ତ୍ରାଳୟ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, ପ୍ରହଲ୍ଲାଦ ସିଂହ ପଟେଲ ଓ ରେଣୁକା ସିଂ ସରୁତାଙ୍କ ଇସ୍ତଫା କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି । ଏବେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କୃଷି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ରାଜ୍ୟମନ୍ତ୍ରୀ ଶୋଭା କରନ୍ଦଲାଜେଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ରାଜ୍ୟମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କୁ ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ରାଜ୍ୟମନ୍ତ୍ରୀ ଭାରତୀ ପ୍ରବୀଣ ପାୱାରଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସୂଚନାଯୋଗ୍ୟ ଯେ ଗତ ମାସରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପି ୩ଟି ବଡ଼ ରାଜ୍ୟ ରାଜସ୍ଥାନ,ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜୟ ହାସଲ କରିଛି । ତେବେ ନିର୍ବାଚନ ଫଳାଫଳ ପ୍ରକାଶର ୪ ଦିନ ହୋଇଯାଇଥିଲେ ବି ବିଜେପି ମୁଖ୍ୟମନ୍ତ୍ରୀ ଚୟନ କରିପାରିନାହିଁ । ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଶିବରାଜ ସିଂ ଚୌହାନଙ୍କ ବ୍ୟତୀତ ନରେନ୍ଦ୍ର ସିଂ ତୋମାର ମଧ୍ୟ ଅଛନ୍ତି । ସେହିପରି ଜ୍ୟୋତିରାଦିତ୍ୟ ସିନ୍ଧିଆ ବି ଦୌଡ଼ରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking