27.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ପାଇଲଟ ମୃତ

ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ପାଇଲଟ ମୃତ

ନୂଆଦିଲ୍ଲୀ: ଅରୁଣାଚଳପ୍ରଦେଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ତାୱାଙ୍ଗ ଅଞ୍ଚଳରେ ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣେ ପାଇଲଟ ସହିଦ ହୋଇଛନ୍ତି । ଏହା ସହ ଘଟଣାରେ ଆଉ ଜଣେ ପାଇଲଟ ଆହତ ହୋଇଥିବା ସୂୂଚନା ମିଳିଛି । ତେବେ ଚିତରା ହେଲିକପ୍ଟରର ଦୁର୍ଘଟଣାକୁ ନେଇ ଜଣେ ସେନା ଅଧିକାରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ଦୁର୍ଘଟଣା କିପରି ହେଲା, ସେନେଇ ଛାନଭିନ୍ ଜାରି ରହିଛି । ଏହା ସହ ଆହତ ପାଇଲଟକୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking