34.1 C
Bhubaneswar
Thursday, March 26, 2026
Homeଓଡିଶାଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

ଆଠଗଡ଼ : ବିଡିଓଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଛି। ଏହି ଚଢ଼ାଉରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି। ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।

ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି।୨୦୨୩ ମସିହା ଫେବ୍ରୁଆରୀ ୨୩ ତାରିଖରେ ପ୍ରଦୀପ ଆଠଗଡ଼ରେ ବିଡ଼ିଓ ଭାବେ ନିଯୁକ୍ତି ପାଇଥିଲେ। ଏହାର୍ପୂବରୁ ସେ ନରସିଂହପୁରରେ ସେ କାର୍ଯ୍ୟରତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking