28.1 C
Bhubaneswar
Wednesday, February 4, 2026
Homeଓଡିଶା୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବା ଏଏସଆଇ : ଦିନ ୧ଟାରୁ ଦର୍ଶନ ବନ୍ଦ

୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବା ଏଏସଆଇ : ଦିନ ୧ଟାରୁ ଦର୍ଶନ ବନ୍ଦ

ପୁରୀ : ଏଏସଆଇ ପକ୍ଷରୁ ଆସନ୍ତା ୧୮ ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ । ଏଏସଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ନିରୀକ୍ଷଣ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା  ଅନୁସାରେ ଏହା ଅନୁଷ୍ଠିତ ହେବ। ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି କ୍ଷ ୧୮ ତାରିଖ ବୁଧବାର ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ରୁ ନିରୀକ୍ଷଣ କାର୍ୟ୍ୟ ଶେଷ ହେବା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking