33.1 C
Bhubaneswar
Saturday, April 27, 2024
Homeଓଡିଶାଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ: ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି

ଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ: ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ବଜେଟ ଅଧିବେଶନର ଅବ୍ୟାହତି ପୂର୍ବରୁ ଆଜି ଅପରାହ୍ନରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବଜେଟ୍ ଅଧିବେଶନରେ ଗୃହ କାର‌୍ୟ୍ୟ କିଭଳି ସୁରୁଖୁରୁରେ ଚାଲିବ ସେ ନେଇ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି ।ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ଦିନରେ ଗୃହକୁ ସମ୍ବୋଧିତ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଚଳିତ ବର୍ଷର ବଜେଟ ଅଧିବେଶନ ଆସନ୍ତାକାଲି ଠାରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର‌୍ୟ୍ୟନ୍ତ ଚାଲିବାକୁ ଥିବା ବେଳେ ୧୮ ତାରିଖରେ ଅର୍ଥମନ୍ତ୍ରୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ । ଚଳିତ ବର୍ଷ ବଜେଟ୍ ଆକାର ଦେଢ଼ ଲକ୍ଷ କୋଟି ଟପିବ ବୋଲି ଜଣାପଡ଼ିଛି ।
ଅନ୍ୟପଟେ ରଣନୀତି ପ୍ରସ୍ତୁତ ପାଇଁ ଆଜି ବିଜୁ ଜନତା ଦଳ ମଧ୍ୟ ତା ବିଧାୟକ ଦଳ ବୈଠକ ଡାକିଛି । ପୃଥକ ପୃଥକ ଭାବରେ ବିଜେପି ଏବଂ କଂଗ୍ରେସ ବିଧାୟକ ଦଳର ମଧ୍ୟ ବୈଠକ ବସିବ । ସରକାରଙ୍କୁ ଘେରିବା ପାଇଁ ବିରୋଧୀ ପୂରା ଯୋଜନା ପ୍ରସ୍ତୁତ କରୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍କା ଘର ଯୋଜନା ଓ ଓବିସି ଗଣନାକୁ ନେଇ ବିଜେପି ବିଧାନସଭାରେ ରାଜ୍ୟସରକାରଙ୍କୁ ଘେରିପାରେ । ସେପଟେ କଂଗ୍ରେସ ରେଳ ବଜେଟରେ ରାଜ୍ୟ ପ୍ରତି ହୋଇଥିବା ଅବହେଳା ପ୍ରସଙ୍ଗ ଉଠାଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିବେ ବୋଲି ଜଣାପଡିଛି ।
https://onakhabar.com/2020/02/13/codl/
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking